ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ): ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କଅଧ୍ୟକ୍ଷତାରେ ଛେଣ୍ଡିପଦା ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୨୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥୁମଧ୍ୟରୁ ୨୧ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୪ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ମୋଟ ୧୧ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅନୁଗୋଳ ଉପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ସହକାରୀ ଜିଲ୍ଲାପାଳ ଶ୍ରୀ ସଞୟ କୁମାର ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଛେଣ୍ଡିପଦା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅରବିନ୍ଦ ବେହେରା, ଜିଲ୍ଲା ଶିକ୍ଷା ଅଧୋକାରୀ ଶ୍ରୀ ନିରଞ୍ଜନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରିଣୀ ଶ୍ରୀମତୀ ସ୍ମିତା ନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧୂକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।ଅନୁଗୋଳ ରୁ ଅଜିତ୍ କୁମାର ଭୋଇ ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *

error: Content is protected !!