ରାୟଗଡା (ଗୋପୀନାଥ ଗୌଡ଼): ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଳା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ପୌରହିତ୍ୟରେ ଏବଂ ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ତତ୍ୱାବଧାନରେ ଅଦ୍ୟ ତା-୧୫.୦୬.୨୦୨୫ ରିଖ ରବିବାର ଦିନ ଅପରାହ୍ନ ଘ.୫.୩୦ମି ରେ ସ୍ଥାନୀୟ ଜିଲ୍ଲା ବରିଷ୍ଠ ନାଗରିକ ମଙ୍ଗଳ ସଂଙ୍ଘ, ରାୟଗଡା ପରିସରରେ ଜାତୀୟ ବୃଦ୍ଧ ଅତ୍ୟାଚାର ବିରୋଧୀ ସଚେତନତା ଦିବସ ପାଳିତ ହୋଇଯାଇଛି I
ଅନ୍ୟ ପ୍ରମୁଖ ଅତିଥି ମାନଙ୍କ ମଧ୍ୟରେ ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସସ୍ମିତା ମିଶ୍ର, ଜେ.ଏମ୍.ଏଫ୍.ସି ଶ୍ରୀ ରିଚିମିଲନ ପାତ୍ର, ରାୟଗଡା ବରିଷ୍ଠ ନାଗରିକ ମଙ୍ଗଳ ସଂଙ୍ଘ ର ସଭାପତି ବିନୋଦ ଚନ୍ଦ୍ର ପଣ୍ଡା, ବରିଷ୍ଠ ନାଗରିକ ମଙ୍ଗଳ ସଂଙ୍ଘ ର ସଚିବ ଦ୍ୱାରିକା ନାଥ ଦାସ, ବରିଷ୍ଠ ନାଗରିକ ମଙ୍ଗଳ ସଂଙ୍ଘ ର ଅନେକ ବରିଷ୍ଠ ନାଗରିକପ୍ରମୁଖ ଉପସ୍ଥିତ ଥିଲେ I
ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟରେ ଜାତୀୟ ବୃଦ୍ଧ ଅତ୍ୟାଚାର ବିରୋଧୀ ସଚେତନତା ଦିବସ ପାଳନ ର ଉଦ୍ଦେଶ୍ୟ, ଆଭିମୁଖ୍ୟ, ବରିଷ୍ଠ ନାଗରିକ ମାନଙ୍କ ପାଇଁ ନ୍ୟାୟିକ ବ୍ୟବସ୍ଥା ଓ ସେମାନଙ୍କ ପାଇ ଆଇନରେ ଉଦ୍ଧିଷ୍ଟ ଥିବା ବିଭିନ୍ନ ଧାରା ଉପରେ ଆଲୋକପାତ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ସମସ୍ତ ବରିଷ୍ଠ ନାଗରିକ ଓ ମାନ୍ୟବର ଅତିଥି ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀ ସୁବ୍ରତ ଆଚାର୍ଯ୍ୟ ଙ୍କ ର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହିତ ଶେସ ହୋଇଛି I