ଓଡ଼ିଶା ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି,୧୪ ଜୁଲାଇରୁ ଅନିର୍ଦ୍ଧିଷ୍ଟ କାଳ ଯାଏ କାର୍ଯ୍ୟବନ୍ଦ

ରାୟଗଡ଼ (ଗୋପୀନାଥ ଗୌଡ଼) : ଓଡ଼ିଶା ରାଜସ୍ୱ ଅମଲା ସଂଘର ଏକ ଗୁରୁତ୍ବପୁର୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ର ନିଷ୍ପତି ଅନୁସାରେ ଆଜି ଓଡ଼ିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ରାୟଗଡ ଜିଲ୍ଲା ସଭାପତି ଶ୍ରୀ ମନୋଜ କୁମାର ରଥଙ୍କ ନେତୃତ୍ଵରେ ଦଶ ଦଫା ଦାବି ସମ୍ବଳିତ ଦାବି ପତ୍ର ରାୟଗଡ଼ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱାରୀ ଙ୍କୁ ରାଜ୍ୟ ସରକାରଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରିଥିଲେ .I ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ଯ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା । ଦାବି ଗୁଡିକ ମଧ୍ୟରେ ମୁଖ୍ୟତଃ, ଜିଲ୍ଲାସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ ।

ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ । ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ । ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ ।

ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ଶତ ପ୍ରତିଶତ ପଦୋନ୍ନତି ଦିଆଯାଉ । ନୂତନ ପେନସନ ଯୋଜନାକୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଉ । କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି l ଏହି ପରିପ୍ରେକ୍ଷୀରେ, ଯଦି ରାଜ୍ୟ ସରକାର ଆଗାମୀ ୧୫ ଦିନ ମଧ୍ୟରେ ଉପରୋକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତାହେଲେ, ସଂଘ ଆଗାମୀ ଜୁଲାଇ ୦୭ ତାରିଖ ଠାରୁ ଜୁଲାଇ ୧୧ ତାରିଖ ଯାଏଁ କଳା ବ୍ୟାଜ୍ ପରିଧାନ କରିବ ଏବଂ ତା ସତ୍ବେ ଯଦି ରାଜ୍ୟ ସରକାର ଉପରୋକ୍ତ ଦାବି ଗୁଡିକ ପୂରଣ ନ କରନ୍ତି ତେବେ, ରାଜ୍ୟ ସଂଘର କାର୍ଯ୍ୟକାରିଣୀ ବୈଠକରେ ଗୃହୀତ ହୋଇଥିବା ନିଷ୍ପତି ଅନୁସାରେ ଜୁଲାଇ ୧୪ ତାରିଖ ଠାରୁ ସମ୍ପୂର୍ଣ କାର୍ଯୟବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସଭାପତି ମନୋଜ କୁମାର ରଥ, ସମ୍ପାଦକ ଅଜୟ କୁମାର ନାହାକ ପ୍ରକାଶ କରିଥିଲେ । ଏହି ଅବସରରେ ଜିଲ୍ଲାର ୧୦୦ରୁ ଉର୍ଦ୍ଧ ରାଜସ୍ବ ଅମଲା ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!