ପୁରୀ (ଜିତେନ୍ଦ୍ର କୁମାର ସାବୁତ): ଶରଧାବାଲି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ଏବେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର । ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ସ୍ଥାନରେ ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଲ ରାଣା । ସେହିପରି ଏସ୍ପି ଭିନୀତ୍ ଅଗ୍ରୱାଲଙ୍କ ସ୍ଥାନରେ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି -DCP ବିଷ୍ଣୁ ପତିଙ୍କୁ ସସ୍ପେଣ୍ଡ୍ ଓ କମାଣ୍ଡାଣ୍ଟ ଅଜୟ ପାଢ଼ୀଙ୍କୁମଧ୍ୟ ସସ୍ପେଣ୍ଡ୍ କଲେ ରାଜ୍ୟ ସରକାର ।

ଅନ୍ୟପଟେ ଏହି ଦଳାଚକଟା ଘଟଣାରେ ମୃତ୍ୟୁବରଣ କରିଥିବା ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ।

ସେହିପରି ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଉନ୍ନୟନ କମିଶନରଙ୍କ ଅଧୀନରେ ହେବ ତଦନ୍ତ ।ଏପଟେ ବରିଷ୍ଠ ଆଇଏଏସ ଅଧିକାରୀ ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନା ଦାୟିତ୍ୱ। ଅରବିନ୍ଦ ଅଗ୍ରୱାଲଙ୍କ ତଦାରଖରେ ହେବ ରଥଯାତ୍ରା ପରିଚାଳନା। ଅରବିନ୍ଦ ଅଗ୍ରୱାଲ ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗର କମିସନର ଓ ସଚିବ ଅଛନ୍ତି। ନିଜ ଦାୟିତ୍ବ ସହ ରଥଯାତ୍ରା ପରିଚାଳନାର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ୨୦୦୭ ବ୍ୟାଚର ଆଇଏଏସ ଅଧିକାରୀ ଅରବିନ୍ଦ ଅଗ୍ରୱାଲ।…