କଣିହାଁ ରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ (ଅଜିତ କୁମାର ଭୋଇ) : ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ କଣିହାଁ ବ୍ଳକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୨୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।୨ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୭ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା।

କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁରେନ୍ଦ୍ରନାଥ ରାୟଗୁରୁ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଡେପୁଟୀ କଲେକ୍ଟର ଶ୍ରୀ ଶୁଭଦର୍ଶନ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଗୌରୀ ଶଙ୍କର ବଳ, କଣିହାଁ ତହସିଲଦାର ଚିନ୍ମୟ ଦାସ, କଣିହାଁ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ବିକ୍ରମ କୁମୁରା,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସ, ଜିଲ୍ଲା ସାମାଜିକ ସୁରକ୍ଷା ଅଧୂକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।ଅନୁଗୋଳ ରୁ ଅଜିତ୍ କୁମାର ଭୋଇ

Leave a Reply

Your email address will not be published. Required fields are marked *

error: Content is protected !!