ଅନୁଗୋଳ (ଅଜିତ କୁମାର ଭୋଇ): କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲା ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୩୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୫ଟି ବ୍ୟକ୍ତିଗତ ଓ ୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ଗୋଟିଏ ଅଭିଯୋଗର ତୁର ରନ୍ତ ଫଇସଲା କରାଯାଇଥିଲା ।
ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଓ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ବଅଁରପାଳ ବ୍ଳକ ଅନ୍ତର୍ଗତ ସିମିଳିଛୁଇଁ ଗ୍ରାମର ଶ୍ରୀ ଗିରିଶ ଚନ୍ଦ୍ର ଦାସଙ୍କୁ ଟ୍ରାଇ ସାଇକେଲ ପ୍ରଦାନ ନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧୋକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।