ଚୂଡାଖାଇ ଡଙ୍ଗର ଲୋକମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ ସାରସ୍ଵତ ସମାରୋହ

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ)ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଚୂଡାଖାଇ ଡଙ୍ଗର ଲୋକ ମହୋତ୍ସବର ଦ୍ବିତୀୟ ସନ୍ଧ୍ୟାରେ କୋଶଳ ସାହିତ୍ୟ ଏକାଡେମୀର ସଭାପତି ଦେବେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଏକ ସାରସ୍ବତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ମୁଖ୍ୟ ଅତିଥି, ବ୍ୟଙ୍ଗ କବି ଅର୍ଜୁନ ସାହୁ ମୁଖ୍ୟ ବକ୍ତା ଓ କଂସ ମହାରାଜ ରବୀନ୍ଦ୍ର ସାହୁ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ ।

ପ୍ରଥମ ପର୍ଯ୍ୟାୟ ଆଲୋଚନାଚକ୍ରରେ କୋସଲୀ ଭାଷାକୁ ଦୈନନ୍ଦିନ କାର୍ଯ୍ୟରେ ବ୍ୟବହାର ସାଙ୍ଗେ ସାଙ୍ଗେ ସମ୍ବିଧାନର ଅଷ୍ଟମ ସୂଚୀରେ ସ୍ଥାନିତ କରିବା ପାଇଁ ମତବ୍ୟକ୍ତ କରିଥିଲେ। ଦ୍ଵିତୀୟ ପର୍ଯ୍ୟାୟ କୋସଲୀ କବିତା ଆସରରେ ଆଶୁକବି ଗରିବ ମଲ୍ଲିକଙ୍କ ମୁଇଁ ନାଇଁ ଯାଏଁ ଦାଦନ ଖଟି କବିତାରେ ମଞ୍ଚ ଦୁଲୁକି ଉଠିଥିଲା। ଏଥିରେ ସୁବର୍ଣ୍ଣପୁର ଜିଲ୍ଲା ସମେତ ପଡୋଶୀ ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲାର ପଚାଶରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ। ଶେଷରେ ଏକାଡେମୀ ସମ୍ପାଦକ ରାଜେନ୍ଦ୍ର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *

Powered by Joinchat