ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସ୍ବପରିସରରେ ଗୋପବନ୍ଧୁ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନାଚାର୍ଯ୍ଯ ଆଟଲ୍ ଲିଙ୍ଗରାଜଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ପରିଚାଳନା ସମିତି କୋଷାଧକ୍ଷ ତ୍ରିଲୋଚନ ସାହୁ ଓ ପ୍ରାକ୍ତନ ସମ୍ପାଦକ ଟି.ସୁଦର୍ଶନ ପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେବା ଓ ତ୍ୟାଗର ପ୍ରତୀକ ଉତ୍କଳମଣି ଗୋପବନ୍ଧୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ ।
ଏ ଅବସରରେ ଶିକ୍ଷାନୁଷ୍ଠାନ ପରିସରସ୍ଥ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଆବକ୍ଷ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବା ସହ ତାଙ୍କର ସ୍ମୃତିଚାରଣ କରାଯାଇଥିଲା । ଗୁରୁମା ଯାଜ୍ଞସେନୀ ମିଶ୍ରଙ୍କ ସଂଯୋଜନାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ଗୁରୁଜୀ , ଗୁରୁମା ଓ ଛାତ୍ରଛାତ୍ରୀମାନେ ଗୋପବନ୍ଧୁଙ୍କ ଉତ୍ସର୍ଗୀକୃତ ସେବା ଓ ତ୍ଯାଗପୂତ ଜୀବନୀ ସମନ୍ଧେ ଅଭିଭାଷଣ ରଖିଥିଲେ । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଗୁରୁମା ସୁମତି ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଗୁରୁଜୀ ସଞ୍ଜୟ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।