ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ସାଧୁତାର ଶପଥ ପାଠ

ଅନୁଗୋଳ(ଅଜିତ କୁମାର ଭୋଇ): ସମାଜର ବିଭିନ୍ନ କ୍ଷେତ୍ରରୁ ଦୁର୍ନୀତି ହଟାଇ ଶାନ୍ତି ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ସହ ଜନସାଧାରଣଙ୍କୁ ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ସଚେତନ‌ତା ସୃଷ୍ଟି କରିବାକୁ ନେଇ ଅକ୍ଟୋବର ୨୭ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହେଉଛି । ଚଳିତ ବର୍ଷର ବାର୍ତ୍ତା ହେଊଛି “ ଦୁର୍ନୀତି ନିବାରଣ : ଆମ ସାମୁହିକ ଦାୟିତ୍ବ” । ପ୍ରତ୍ୟେକ ସ୍ତରରୁ ଦୁର୍ନୀତିର ମୁଳୋତ୍ପାଟନ ନିମନ୍ତେ ସମସ୍ତେ ଆଗେଇ ଆସିବା ସହ ଜୀବନର ସାଧୁତା ଓ ସଚ୍ଚୋଟତା ଅବଲମ୍ବନ କରି ରାଜ୍ୟକୁ ଦୁର୍ନୀତି ମୁକ୍ତ କରିବା ଉଦ୍ଦେଶ୍ୟରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭିଡିଓ କନଫରେନସ୍ ମାଧ୍ୟମ ଶପଥ ପାଠ କରାଇଥିଲେ । ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଓସୱାନ ହଲ ଠାରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତର ଯୋଗ ଦେଇଥିଲେ ।

ଶପଥ ପାଠ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟ, ଜିଲ୍ଲା ପରିଷଦର ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଜିଲ୍ଲା ପରିଷଦର ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଗୌରବମୟ ପ୍ରଧାନ, ପାଳଲହଡା ଉପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ଡେପୁଟି କଲେକ୍ଟର(ନିର୍ବାଚନ) ଶ୍ରୀମତୀ ମମତା ପ୍ରଧାନ, ଭିଜିଲାନସ୍ ଇନିସ୍ପେକ୍ଟର ଶ୍ରୀମତୀ ଊର୍ମିଳା ଲାକ୍ରା, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ଶ୍ରୀମତୀ ନିରୁପମା ପାଣି, ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ସତ୍ୟ ପ୍ରକାଶ ତ୍ରିପାଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦୁଃଶାସନ ନାଏକଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଊପସ୍ଥିତ ଥିଲେ ।

ସେହିପରି ଜିଲ୍ଲାର ସମସ୍ତ ଊପଖଣ୍ଡ କାର୍ଯ୍ୟାଳୟ, ପଞ୍ଚାୟତ ସମିତି କାର୍ଯ୍ୟାଳୟ,ତହସିଲ କାର୍ଯ୍ୟାଳୟ, ସରକାରୀ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ଅନ୍ୟାନ୍ୟ କାର୍ଯ୍ୟାଳୟଗୁଡିକରେ ଶପଥ ପାଠ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଯାଇଛି ।

Leave a Reply

Your email address will not be published. Required fields are marked *

error: Content is protected !!