ପିପୁଲ୍ସ କଲେଜର ୟୁଥ୍ ରେଡ୍ କ୍ରସ୍ ଏବଂ ରେଡ୍ ରିବନ୍ କ୍ଲବ୍ ପକ୍ଷରୁ ବିଶ୍ବ ଏଡସ୍ ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ୟୁଥ୍ ରେଡ୍ କ୍ରସ୍ ଏବଂ ରେଡ୍ ରିବନ୍ କ୍ଲବ୍ ପକ୍ଷରୁ ମିଳିତ ଭାବେ ବିଶ୍ବ ଏଡସ୍ ଦିବସ ପାଳିତ ହୋଇଯାଇଛି । କଲେଜ ପରିସରରେ ଭାରପ୍ରାପ୍ତ ଅଧ୍ଯକ୍ଷ ଡ.ହିମାଂଶୁ ଶେଖର ରଥଙ୍କ ସଭାପତିତ୍ବରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା ବେଳେ ଏଥିରେ ଅଧ୍ୟାପକ ଲୋକନାଥ ବେହେରା ଯୋଗଦେଇ ସ୍ବେଛାସେବୀଙ୍କୁ ଏଡସ୍ ସଚେତନତା ଦିଗରେ ସେମାନଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ । ଏ ଅବସରରେ ୟୁଥ୍ ରେଡ୍ କ୍ରସ୍ ସଂସ୍ଥାର ଉପଦେଷ୍ଟା ପବିତ୍ର ଖଣ୍ଡୁଆଳଙ୍କ ତତ୍ତ୍ୱାବଧାନରେ ସ୍ବେଚ୍ଛାସେବୀଙ୍କ ଦ୍ବାରା ନିକଟସ୍ଥ ଗ୍ରାମରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା ବେଳେ କାର୍ଯ୍ୟକ୍ରମର ପରିଶେଷରେ ସ୍ବେଚ୍ଛାସେବୀ ସୋମିତ୍ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!