ଅନୁଗୋଳ (ଅଜିତ କୁମାର ଭୋଇ): ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ସେଥିମଧ୍ୟରୁ ୩୭ଟି ବ୍ୟକ୍ତିଗତ ଓ ୩ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି କରାଯାଇଥିଲା। ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଳ ରିଲିଫ ପାଣ୍ଠିରୁ ୩୭ହଜାର ୫୦୦ ଟଙ୍କା ଓ ୧ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।
