ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଣପୁର ଠାରେ ଭରଚୁଆଲ ମୁଡରେ ଓଡ଼ିଶାରେ ୧୧୮ ଗୋଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେଥି ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୬ ଗୋଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଗଞ୍ଜାମ ୬ ଗୋଟି ବିଦ୍ୟାଳୟ ମଧ୍ୟରୁ ବୁଗୁଡା ବ୍ଲକ ଖୋଳଖାଳି ପଞ୍ଚାୟତ ଅନ୍ତର୍ଗତ ତାଳସାକର ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଏହି ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ପୋଲସରା ବିଧାୟକ ତଥା ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଗରିବାମୟ ଉପସ୍ଥିତି ସହ ବ୍ରହ୍ମପୁର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଏସ ଧନଞ୍ଜୟ, ବୁଗୁଡା ତହସିଲଦାର ତାପସ ରାଉତ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିନ୍ମୟ ମହାପାତ୍ର ଓ ତାଳସାକର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅତିଥି ଭାବେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବୁଗୁଡା ବ୍ଳକର ବହୁ ନେତୃସ୍ଥାନୀୟ ରାଜନେତା ଓ ଜନସାଧାରଣ ଏବଂ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।
