ଗଞ୍ଜାମ/ବୁଗୁଡା (ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଜାନୁଆରୀ ୧୨ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ତାପସ ରାଉତ, ଏବିଡିଓ ଧର୍ମରାଜ ପରିଡା, ସିଡିପିଓ ବବିତା କୁମାରୀ ପଣ୍ଡା, ଆଇଆଇସି ସୀତାଂଶୁ ଶେଖର ମାନ୍ଧାତା, ଅତିରିକ୍ତ ନିର୍ବାହୀ ଯନ୍ତ୍ରୀ ରାଜୀବ ଚନ୍ଦ୍ର ପ୍ରଧାନ ଓ ଗୋଲିଆ ପଞ୍ଚାୟତ ସରପଞ୍ଚ ପ୍ରମୁଖ ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୨୫ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ସେଥିରୁ ୨୧ ଟି ଅଭିଯୋଗ ବ୍ୟକ୍ତିଗତ ଓ ୪ ଟି ଗୋଷ୍ଠୀଗତ ଅଭିଯୋଗ ଥିଲା।
ଶିବିରରେ ତତ୍କାଳୀନ ୧୭ ଟି ଅଭିଯୋଗ ସମାଧାନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମେଡ଼ିକାଲ ଅଫିସର, ବିଏସଏସଓ, ବାଘୁଆ ସହକାରୀ ଯନ୍ତ୍ରୀ ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଜନଶୁଣାଣି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜନଶୁଣାଣି ଅଫିସର ଜ୍ୟୋତି ରଞ୍ଜନ ସାହୁ ପରିଚାଳନା କରିଥିବା ବେଳେ ଗୋଲିଆ ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।
