ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପାଙ୍ଗିଡି ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୭୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ପାତ୍ରଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିନ୍ମୟ ମହାପାତ୍ର,ମୁଖ୍ୟବକ୍ତା ଭାବେ ବାଲିପଦର ବିଜ୍ଞାନ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଡକ୍ଟର ବି. ପ୍ରକାଶ ଚନ୍ଦ୍ର ପାତ୍ର, ସମ୍ମାନିତ ଅତିଥି ଭାବେ ସିଆରସିସି ସର୍ମିଷ୍ଠା କୁମାରୀ ଜେନା, ସଭାପତି ପ୍ରକାଶ ଚନ୍ଦ୍ର ସାହୁ, ପୂର୍ଣ୍ଣ ଚନ୍ଦ୍ର ବିଷୋୟୀ ଓ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମେଧାବୃତ୍ତି ପରୀକ୍ଷାରେ ସଫଳତା ପାଇଥିବା ତୃତୀୟ ଶ୍ରେଣୀ ଛାତ୍ରୀ କେ. ରାଣୀ ଦୋରାଙ୍କୁ ସମ୍ମାନିତ କରାଯାଇଥିଲା।ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଥିଲା।ଶେଷରେ ଶିକ୍ଷକ ଅଜୟ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
