ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ନିଜ ଭାଷା ଓ ସଂସ୍କୃତି ପ୍ରତି ଛାତ୍ରଛାତ୍ରୀଙ୍କ ମନରେ ସମ୍ମାନ ଭାବ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବେ ଟି . ସୁଦର୍ଶନ ପାତ୍ର ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ବଳଦେବ ଜୀଉ ମହିଳା ଉଚ୍ଚ ବିଦ୍ୟାଳୟର ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ଯୋଗ ଦେଇଥିଲେ।

ଅତିଥିମାନେ ସେମାନଙ୍କ ଅଭିଭାଷଣରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ମାତୃଭାଷାର ବ୍ୟବହାର ଉପରେ ଗୁରୁତ୍ୱାରୋପ କରିଥିଲେ। “ଭାଷା ହିଁ ଜାତିର ପରିଚୟ, ତେଣୁ ମାତୃଭାଷାକୁ ସୁରକ୍ଷିତ ରଖିବା ପ୍ରତ୍ୟେକ ଶିଶୁର କର୍ତ୍ତବ୍ୟ” ବୋଲି ମତବ୍ୟକ୍ତ କରିଥିଲେ।ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତୀ ପ୍ରତିଯୋଗୀମାନଙ୍କୁପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସମସ୍ତ ଗୁରୁଜୀ ,ଗୁରୁମା ଓ କର୍ମଚାରୀବୃନ୍ଦ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!