ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଶିକ୍ଷା ବିଭାଗ ପ୍ରାଧ୍ୟାପକ ସୁଶାନ୍ତ କୁମାର ପଣ୍ଡାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଯୁକ୍ତ ଦୁଇ ଅଧ୍ୟକ୍ଷ ସରୋଜ କାନ୍ତ ଦାସଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ପକ୍ଷରୁ ଶ୍ରୀ ପଣ୍ଡାଙ୍କୁ ତାଙ୍କର ଦୀର୍ଘ ଦିନର ନିଷ୍ଠାପର ସେବା ଓ ଶିକ୍ଷାଦାନ ପାଇଁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।
ଏହି ଗରିମାମୟ ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ଓ ଶିକ୍ଷାବିତ୍ ଯୋଗଦେଇ ବିଦାୟୀ ଅଧ୍ୟାପକଙ୍କ ଗୁଣଗାନ କରିଥିଲେ। ପ୍ରାକ୍ତନ ଅଧ୍ୟକ୍ଷ ଡକ୍ଟର ବି. ପ୍ରକାଶ ଚନ୍ଦ୍ର ପାତ୍ର,ଅଧ୍ୟକ୍ଷ +୩ ଗୋପିନାଥ ମହାନ୍ତି,ବାଲୁଙ୍କେଶ୍ୱର କଲେଜ ଅଧ୍ୟକ୍ଷ ପଞ୍ଚାନନ ନାହାକ,ପ୍ରାକ୍ତନ ପ୍ରାଧ୍ୟାପକ କାମେଶ୍ୱର ବେହେରାଙ୍କ ସମେତ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ କଲେଜ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।
ଉପସ୍ଥିତ ଅତିଥି ଓ ଛାତ୍ରଛାତ୍ରୀମାନେ ଅବସରଗ୍ରହଣ କରିଥିବା ପ୍ରାଧ୍ୟାପକ ଶ୍ରୀ ପଣ୍ଡାଙ୍କୁ ଉପଢ଼ୌକନ, ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରି ତାଙ୍କର ସୁସ୍ଥ ଓ ନିରାମୟ ଭବିଷ୍ୟତ କାମନା କରିଥିଲେ। ଶିକ୍ଷକତା କ୍ଷେତ୍ରରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।କାର୍ଯ୍ୟକ୍ରମ ଶେଷରେ ଅଧ୍ୟାପକ ଡକ୍ଟର ଦିଲ୍ଲିପ କୁମାର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
