ବାଲିପଦର ସରକାରୀ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ

ଗଞ୍ଜାମ/ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକ ପଦବୀ ପୂରଣ ପ୍ରକ୍ରିୟାରେ ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଗୁଡ଼ା ପିପୁଲ୍ସ ହାଇସ୍କୁଲରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷକ କ୍ୟାଡରଭୁକ୍ତ ହୋଇଥିବା ଶିକ୍ଷକ ଶ୍ରୀ ପ୍ରଶାନ୍ତ କୁମାର ଗୌଡ଼ଙ୍କୁ ବାଲିପଦର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି।ନୂତନ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟଭାର ଗ୍ରହଣ କରିବା ଅବସରରେ ଶ୍ରୀ ଗୌଡ଼ଙ୍କୁ ବାଲିପଦର ଅଞ୍ଚଳର ଅଭିଭାବକ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ପକ୍ଷରୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ କରାଯାଇଛି।

Leave a Reply

Your email address will not be published. Required fields are marked *

error: Content is protected !!
Powered by Joinchat