ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ବୁଗୁଡ଼ା/ଗଞ୍ଜାମ (ସୋରେନ କୁମାର ପ୍ରଧାନ): ସ୍ଥାନୀୟ ପିପୁଲ୍ସ କଲେଜର ରାଜନୀତି ବିଜ୍ଞାନ ବିଭାଗ ପକ୍ଷରୁ ସମ୍ମିଳନୀ କକ୍ଷରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଭଗବାନ ଶତପଥୀଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ ଯୋଗ ଦେଇଥିବା ବେଳେ ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅକ୍ଷୟ କୁମାର ସାହୁ , ଅଧ୍ୟାପକ ଲୋକନାଥ ବେହେରା ଓ ପବିତ୍ର ଖଣ୍ଡୁଆଳ ପ୍ରମୁଖ ମଞ୍ଚାସୀନ ରହିଥିଲେ । ଏ ଅବସରରେ ନବାଗତ ଛାତ୍ରଛାତ୍ରୀମାନେ ସ୍ବ ସ୍ବ ପରିଚୟ ପ୍ରଦାନ କରିଥିଲେ ଏବଂ ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କୁ ଉପହାର ପ୍ରଦାନ ପୂର୍ବକ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।

ଏଥି ସହ ସ୍ବବିଭାଗୀୟ ନୀତିନିୟମ ଓ ମହାବିଦ୍ୟାଳୟର ଅନୁଶାସନ ମାନି ଚଳିବାକୁ ପରାମର୍ଶ ଦେଇଥିଲେ । ଏ ଅବସରରେ ଅଧ୍ଯକ୍ଷ, ଅତିଥିଗଣ ଏବଂ ବିଭାଗୀୟ ଅଧ୍ଯାପକବୃନ୍ଦ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେମାନଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ମମତା ନାୟକ ଅତିଥି ପରିଚୟ ଏବଂ ପୁଷ୍ପିତା ସେଠୀ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ପରିଶେଷରେ ସେମିନାର ସେକ୍ରେଟାରୀ ଗିତାଞ୍ଜଳୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *

Powered by Joinchat