ଚମ୍ପୁଆ/କେନ୍ଦୁଝର(ପ୍ରଦୀପ କୁମାର ମହନ୍ତ) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ବିଦ୍ୟାଳୟର ଇକୋ କ୍ଲବ ପକ୍ଷରୁ ଚମ୍ପୁଆ ବନ ବିଭାଗର ଆନୁକୂଲ୍ୟରେ ‘ଏକ ପେଡ୍ ମା’ କେ ନାମ’ କାର୍ଯ୍ୟକ୍ରମ ଓ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉନ୍ନୟନ ଅଧିକାରୀ ସ୍ମୃତି ରଞ୍ଜନ ସାହୁ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଚମ୍ପୁଆ ତହସିଲଦାର ସତ୍ୟବ୍ରତ ସାହୁ, ବନାଞ୍ଚଳ ଅଧିକାରୀ ସାଗର ରାଜ ନାୟକ, ସବ୍-ଇନ୍ସପେକ୍ଟର ନିରଞ୍ଜନ ବେହେରା, ପରିଚାଳନା ସମିତିର ସଭାପତି ରମାକାନ୍ତ ପ୍ରଧାନ, ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଧରଣୀଧର ଦାସ ଏବଂ ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।
ସଭାରେ ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣ ଓ ଜଙ୍ଗଲ ସୃଷ୍ଟିର ଗୁରୁତ୍ୱ ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ। ଆଚାର୍ଯ୍ୟ ଭାସ୍କର ଚନ୍ଦ୍ର ମହାକୁଡ଼ ଅତିଥି ପରିଚୟ ପ୍ରଦାନ ସହ ସ୍ୱାଗତ ଭାଷଣ ଦେଇଥିଲେ।ପରେ ଅତିଥି, ଛାତ୍ରଛାତ୍ରୀ ଓ ବିଦ୍ୟାଳୟର ଆଚାର୍ଯ୍ୟ-ଆଚାର୍ଯ୍ୟାମାନଙ୍କ ଉପସ୍ଥିତିରେ ବୃକ୍ଷରୋପଣ କରାଯାଇଥିଲା।କାର୍ଯ୍ୟକ୍ରମରେ ବନ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ।
