ବଅଁରପାଳ (ଅଜିତ କୁମାର ଭୋଇ) : ବଅଁରପାଳ ବ୍ଲକ ଅନ୍ତର୍ଗତ ଗଡ଼ ବୁଢ଼ାପଙ୍କ ଗ୍ରାମର ଆମ୍ବସାହି ଦେଇ ଯାଇଥିବା ରେଙ୍ଗାଳି ଦକ୍ଷିଣ କେନାଲରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚିନ୍ତାର ବାତାବରଣ ସୃଷ୍ଟି ହୋଇଛି।ଘଟଣା ସମ୍ପର୍କରେ ସୂଚନା ପାଇ ସ୍ଥାନୀୟ ପୋଲିସ ଓ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ନିଖୋଜ ଯୁବକଙ୍କୁ ଖୋଜି ବାହାର କରିବା ପାଇଁ ଉଭୟ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।ତେବେ ନିଖୋଜ ଯୁବକଙ୍କ ପରିଚୟ ଏବଂ କେଉଁ ପରିସ୍ଥିତିରେ ସେ କେନାଲରେ ବୁଡ଼ି ନିଖୋଜ ହେଲେ, ସେନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ମିଳିନାହିଁ। ଯୁବକଙ୍କ ସନ୍ଧାନ ପାଇଁ ଉଦ୍ଧାରକାରୀ ଦଳର ପ୍ରୟାସ ଜାରି ରହିଛି।
