ମହାନ୍ ବିପ୍ଲବୀ ଧରଣୀଧର ଭୂୟାଁଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର :ମହାନ୍ ବିପ୍ଲବୀ ଧରଣୀଧର ଭୂୟାଁଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଜ୍ୟ ବାସୀ । ଆଜି ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଧରଣୀଧରଙ୍କ ରାଜ୍ଯସ୍ତରୀୟ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ସନ୍ଧ୍ୟା ୬ଟାରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଆଜି ପୂର୍ବାହ୍ନରେ ଭୁବନେଶ୍ଵର ଇଏସ୍ଆଇ ହସ୍ପିଟାଲ ଛକସ୍ଥିତ ଧରଣୀଧରଙ୍କ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ଅନ୍ଯାନ୍ଯ ଅଧିକାରୀ ଓ କର୍ମଚାରୀ ତଥା ବିଶିଷ୍ଟ ଅତିଥିମାନେ ଉପସ୍ଥିତ ଥିଲେ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *

error: Content is protected !!