ଭୁବନେଶ୍ୱର :ଆଜି ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ଯାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି। ସଂପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ ଦେଉଛି ଓଡ଼ିଶା ବୋଲି ମୁଖ୍ଯ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଂଜ ବିହାରୀ ଧଳ ମତ ପ୍ରକାଶ କରିଛନ୍ତି। ଏହି ଚାରି ସଂସଦୀୟ କ୍ଷେତ୍ରରେ ୭୩୦୩ ମତଦାନ କେନ୍ଦ୍ରରେ ଲୋକେ ମତଦାନ କରୁଛନ୍ତି।
ଯେଉଁ ଯେଉଁ ସ୍ଥାନରେ ଇଭିଏମ୍ ରେ ତ୍ରୁଟି ଦେଖା ଦେଇଛି ସବୁ ସ୍ଥାନରେ ତୁରନ୍ତ ୩୦ ମିନିଟ୍ ମଧ୍ଯରେ ଅତିରିକ୍ତ ଇଭିଏମ୍ ର ବ୍ଯବସ୍ଥା କରାଯାଉଛି। ତେଣୁ ବ୍ଯସ୍ତ ନ ହୋଇ ସଂପୂର୍ଣ୍ଣ ଶାନ୍ତି ଶୃଂଖଳା ମଧ୍ଯରେ ମତଦାନ କରିବା ପାଇଁ ଶ୍ରୀ ଧଳ ଜନସାଧାରଣଂକୁ ଅନୁରୋଧ କରିଛନ୍ତି। ସଂପୂର୍ଣ୍ଣ ସୁରକ୍ଷା ବ୍ଯବସ୍ଥା ମଧ୍ଯରେ ମତଦାନ ଚାଲିଥିବା ନେଇ ସୂଚନା ଦେଇଛନ୍ତି ସେ ।ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ