ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା । ପରେ ପୋଲିସ ତାଙ୍କୁ ଗିରଫକରି ଅଦାଲତ ଚାଲାଣ କରିଥିଲା।
ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ ଅଜୟ ପ୍ରଧାନ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଶ୍ରୀ ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା ବିଧାୟକଙ୍କୁ ଅଦାଲତ ଜାମିନ ଦେଇଛନ୍ତି।ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଚିକିତ୍ସିତ ହେଉଛନ୍ତି।
୨୦୨୪ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପି ଟିକେଟରେ ନିର୍ବାଚନ ଲଢି ବିଜୟୀ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ । ସେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁଙ୍କୁ ୮,୫୯୮ ଭୋଟରେ ପରାଜିତ କରିଥିଲେ ।
