ଭୁବନେଶ୍ୱର :ପୋଲିସ ଲୋକଙ୍କୁ ଉତ୍ତମ ବ୍ୟବହାର କରନ୍ତୁ । ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଜି ରାଜ୍ୟ ଅତିଥିଭବନରେ ଓଡ଼ିଶାର ଆଇନଶୃଙ୍ଖଳା ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ପୋଲିସ ଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ବୈଠକରେ ବିଭିନ୍ନ ଜିଲ୍ଲାର ଏସପି ମଧ୍ୟ ଉପସ୍ଥିତ ଅଛନ୍ତି । ରାଜ୍ୟ ଅତିଥି ଭବନରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବୈଠକ ହୋଇଛି ।
odia news portal
ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ବିଭିନ୍ନ ବିଭାଗର ସଚିବ ଓ ଅଧିକାରୀଙ୍କ ସହ ବୈଠକ କରିଛନ୍ତି । ଏହାରି ଭିତରେ ଆଜି ରାଜ୍ୟର ଆଇନଶୃଙ୍ଖଳା ସ୍ଥିତି ନେଇ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବୈଠକ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ
odia news portal
ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ