ଭୁବନେଶ୍ୱର:ସବୁ କଳ୍ପନା ଜଳ୍ପନା ର ଅନ୍ତ ଘଟାଇ ମନ୍ତ୍ରୀ ମାନଙ୍କ ବିଭାଗ ବଣ୍ଟନ କରାଯାଇଛି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁପାରିଶ କ୍ରମେ ରାଜ୍ୟପାଳ ରଘୁବର ଦାସ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ବଣ୍ଟନ କରିଛନ୍ତି ।ଶପଥ ନେବାର ୪ ଦିନ ପରେ ରାଜ୍ୟରେ ବିଜେପି ସରକାରର ମନ୍ତ୍ରୀ ମାନଙ୍କ ମଧ୍ୟ ବିଭାଗ ବଣ୍ଟାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ପାଖରେ ମୋଟ ୬ଟି ବିଭାଗ ରହିଛି। ଆଗାମୀ ଦିନରେ ମନ୍ତ୍ରିମଣ୍ଡଳରେ ଆଉ କେତେଜଣ ସଦସ୍ୟଙ୍କୁ ସାମିଲ କରାଯାଇ କିଛି ବିଭାଗ ଆବଣ୍ଟନ କରାଯାଇପାରେ ବୋଲି ଜଣାପଡ଼ିଛି।
କାହାକୁ କେଉଁ ବିଭାଗ
ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ଅର୍ଥ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)
ଉପମୁଖ୍ୟମନ୍ତ୍ରୀ
୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତି
୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ
କ୍ୟାବିନେଟ୍ ମନ୍ତ୍ରୀ
୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ – ଗ୍ରାମ୍ୟ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟ ଜଳ
୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ସଶକ୍ତିକରଣ
୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍, ପୂର୍ତ୍ତ ଓ ଅବକାରୀ
୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୁତି ଭୂଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ
ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସାମନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା