ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ 89ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 76ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି 08ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ 3 ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏକ ଜଣଙ୍କୁ 10,000/-ଟଙ୍କା ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା ବେଳେ ଏକ ଜଣଙ୍କୁ 15,000/- ଟଙ୍କା ସି. ଏମ. ଆର. ଏଫ ଆର୍ଥିକ ସାହାଯ୍ୟ ପ୍ରଦାନ କରାଯାଇଛି ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ଅବିନାଶ କୁମାର /ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ )ପ୍ରତାପ ଚନ୍ଦ୍ର ବେଉରା /ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ସାଫଲ୍ୟ ମଣ୍ଡିତ ପ୍ରଧାନ /ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି /ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ /ସି ଡ଼ି ଏମ୍ ଓ , ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ / ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀ / ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର ବିଡିଓ , ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ I