ପୁରୀ :ରଥଯାତ୍ରା ସୁପରିଚାଳନା ନିମନ୍ତେ ସମସ୍ତ ବ୍ୟବସ୍ଥା କଡାକଡି କରାଯାଉଛି ରଥଯାତ୍ରାର ସୁପରିଚାଳନା ନିମନ୍ତେ ୯୦ ଜଣ ଅଫିସରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ତହସିଲଦାର, ବିଡିଓ, ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ୯୦ ଜଣ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟଙ୍କୁ ନିୟୋଜିତ କରିଛନ୍ତି ରାଜ୍ୟ ସରକାର ।ଏହା ସହ ସୋସିଆଲ ମିଡିଆରେ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍ ସୂଚନା ଦିଆଯିବ । ରାଷ୍ଟ୍ରପତିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଡିଜିପି ସୂଚନା ଦେଇଛନ୍ତି । ଚଳିତ ଥର ରଥଯାତ୍ରାରେ ୪ ଅତିରିକ୍ତ ଡିଜି, ୬ ଆଇଜି ଓ ଡିଆଇଜି ପାହ୍ୟା ଅଧିକାରୀ ରହିବେ । ୧୯ ଏସ୍ପି ପାହ୍ୟାର, ଡିଏସ୍ପି ପାହ୍ୟାର ୭୫ ଜଣ ମୁତୟନ ହେବେ ।
୧୩୦ ଇନ୍ସପେକ୍ଟର, ୬୭୫ ଏଏସ୍ଆଇ ସୁରକ୍ଷା ଦାୟିତ୍ୱରେ ରହିବେ । ୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି । ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ । ଏହା ସହ ସୁରକ୍ଷା ଲାଗି ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ପୁରୀରେ ସମୀକ୍ଷା ପରେ ଡିଜିପି ଅରୁଣ ଷଡ଼ଙ୍ଗୀଙ୍କ ସୂଚନା ।
ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ