ଲୋକସେବା ଭବନରୁ କାମ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର :ପ୍ରଥମରୁ ହିଁ ଓଡ଼ିଆ ଅସ୍ମିତା କଥା କହିଥିଲା ବିଜେପି। ଦଳ ବିଜୟୀ ହେବା ପରେ ପ୍ରଥମ ମୁଖ୍ୟମନ୍ତ୍ରୀ ଓଡ଼ିଆ ପରମ୍ପରା କୁ ପ୍ରାଧାନ୍ୟ ଦେବା ଆରମ୍ଭ କରିଛନ୍ତି। ଲୋକସେବାଉ ଭବନରୁ କାମ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବାସ୍ତୁ ଶାସ୍ତ୍ର ଅନୁଯାୟୀ ପୂଜା ପାଠ କରାଯାଇଥିଲା। ଏବଂ ବେଦପାଠ ସହ ଲୋକସେବା ଭବନରେ ପ୍ରବେଶ କରିଥିଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ କରିଡରରେ ଦେଖିବାକୁ ମିଳିଛି ଓଡିଆ ନାମଫଳକ । ସେଥିରେ ପୁଣି ସମ୍ବଲପୁରୀ ହସ୍ତଶିଳ୍ପର ଛାପ ।

ଆଣ୍ଠୁମାଡି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କରିଥିଲେ ମୋହନ ଚରଣ ମାଝି । ବିଧିବଦ୍ଧ ଭାବେ ଓଡିଆ ରିତିନୀତି, ପରମ୍ପରା ପାଳନ କରି ତୃତୀୟ ମହଲାରୁ ଗୁରୁବାର ମୁଖ୍ୟମନ୍ତ୍ରୀ କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଏଣିକି ସରକାରୀ କାମ ଓଡ଼ିଆ ଭାଷାରେ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ । ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ । ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ୱ ଦିଆଯିବ । ଓଡ଼ିଆ ଭାଷାର ପ୍ରଚାରପ୍ରସାର ପାଇଁ କମିଶନ ଗଠନ ହେବ । ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର ହେବ । ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ସଂଶୋଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ ମୁଖ୍ୟମନ୍ତ୍ରୀ କହିଛନ୍ତି । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାଗ ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଏଥିସହ ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

error: Content is protected !!