ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ପାଳନ କରାଯାଇଛି |

ପୁରୀ :ପୁରୀ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଜନସଂଖ୍ୟା ଦିବସ ୨୦୨୪ ପାଳନ କରାଯାଇଛି | କମଳାଦେବୀ ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଏକ କର୍ମଶାଳା ଓ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲେକ୍ଷ ଜାତୀୟ ସ୍ୱାସ୍ଥ୍ୟ ମିଶନର ସମସ୍ତ କର୍ମଚାରୀ ଏବଂ ସହରାଂଚଳର ଆଶା କର୍ମୀ, ବହୁମୁଖୀ ମହିଳା ସ୍ୱାସ୍ଥ୍ୟ କର୍ମୀ ତଥା ମହିଳା ସ୍ୱାସ୍ଥ୍ୟ ପରିଦର୍ଶୀକା ମଧ୍ୟ ଉପସ୍ଥିତ ରହିଥିଲେ| ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ସମସ୍ତ ୧୬ ଗୋଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ୪୪ ଟି ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ୫ଟି ସହରାଂଚଳ ପ୍ରାଥମିକ ସ୍ୱାସ୍ଥ୍ୟ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ୧୯୪ଟି ଉପସ୍ୱାସ୍ଥ୍ୟ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ, ୬୪ ଟି ଉପସ୍ୱାସ୍ଥ୍ୟକେନ୍ଦ୍ର ଏବଂ ୫ଟି ସହରାଂଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ପରିବାର ନିୟୋଜନ ପକ୍ଷ ପାଳନ ସହିତ ବିଶେଷ ପଦକ୍ଷପ ମଧ୍ୟ ନିଆଯିବ |

ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡାକ୍ତର ଚନ୍ଦ୍ରକାନ୍ତି ଆଚାର୍ଯ୍ୟ ଏହି ବିଶ୍ୱ ଜନସଂଖ୍ୟା ଦିବସ ପାଳନର ପ୍ରକୃତ ଉଦ୍ଦେଶ୍ୟ ବିଷୟରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ | ଜିଲ୍ଲା ଜନ ସ୍ୱାସ୍ଥ୍ୟ ସଂଚାର ଅଧିକାରୀ ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ପ୍ରଧାନ ମଧ୍ୟ ପରିବାର ନିୟୋଜନ ନିମନ୍ତେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ କାର୍ଯ୍ୟକାରୀ ହେଉଥିବା ପଦକ୍ଷେପ ମାନଙ୍କ ବିଷୟରେ ବର୍ଣନା କରିଥିଲେ |

ଉପ ପରିଚାଳକ (ମାତୃ ଓ ଶିଶୁ ସ୍ଵାସ୍ଥ୍ୟ) ଶ୍ରୀ ପ୍ରଶାନ୍ତ ବରାଳ ସ୍ୱାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା ବିଭିନ୍ନ ପ୍ରକାର ପରିବାର ନିୟୋଜନ ସେବା ବିଷୟରେ ଆଲୋକପାତ କରିଥିଲେ | ଏହି କାର୍ଯ୍ୟକ୍ରମରେ ସହ ପରିଚାଳକ (ସହରାଂଚଳ ସ୍ୱାସ୍ଥ୍ୟ) ଶ୍ରୀ ସନ୍ଦୀପ ବରଣ ଓଝା ଓ ସହ ପରିଚାଳକ (ତାଲିମ) ମନୋଜ ପଣ୍ଡା ଉପସ୍ଥିତ ଥିଲେ |

ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *

error: Content is protected !!