ଆଜି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବ

ପୁରୀ :ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଉଲ୍ଲେଖଥାଉ କି ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯିବା ସହ ଏହାର ଅଡିଟ କରାଯାଇ ଇନ୍‌ଭେଣ୍ଟୋରି ପ୍ରସ୍ତୁତ କରାଯାଇଥିଲା। ସେ କହିଛନ୍ତି, ‘ଦିନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ହିଁ ରତ୍ନଭଣ୍ଡାର ଖୋଲାଯିବ । ଯାହା ଆଶା କରୁଛୁ ଗୋଟାଏରୁ ସାଢ଼େ ଗୋଟାଏରେ ଖୋଲାଯିବ । ଚାବିରେ ଯଦି ତାଲା ନଖୋଲେ ତାଲା ଭଙ୍ଗାଯାଇ ରତ୍ନଭଣ୍ଡାର ଖୋଲାଯିବ। ତାଲା ଭାଙ୍ଗିବ ପାଇଁ ତାଲା ଭଙ୍ଗା ଟିମ୍‌କୁ ଡକାଯାଇଛି ବୋଲି ତଦାରଖ କମିଟି ଅଧ୍ୟକ୍ଷ କହିଛନ୍ତି ।

ସେହିପରି ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ରତ୍ନଭଣ୍ଡାର ତଦାରଖ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ପ୍ରଥମ ପର୍ଯ୍ୟାୟରେ ରତ୍ନଭଣ୍ଡାର ଖୋଲାଯିବ, ତା’ ପରେ ମରାମତି ଏବଂ ଗଣତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ମିଳିଛି। ସେହିଭଳି କେଉଁମାନେ ରତ୍ନଭଣ୍ଡାର ଭିତରକୁ ଯିବେ ସେ ନେଇ ମଧ୍ୟ ଏସ୍‌ଓପି ପ୍ରସ୍ତୁତ ହୋଇଛି। ଶନିବାର ରାତିରେ ପୁରୀ ନୀଳାଦ୍ରି ଭକ୍ତନିବାସରେ ଏ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍‌ ରଥ ସୂଚନା ଦେଇ କହିଛନ୍ତି, ରତ୍ନଭଣ୍ଡାର ଖୋଲିବା କ୍ଷେତ୍ରରେ ମହାପ୍ରଭୁ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ କାମନା କରୁଛି।

ଜୁଲାଇ ୧୪ ତାରିଖ ରବିବାର ଅପରାହ୍ନ ୧ଟାରୁ ୧ଟା ୩୦ ମିନିଟ୍‌ ମଧ୍ୟରେ ଶୁଭ ମୁହୂର୍ତ୍ତ ଦେଖି ରତ୍ନଭଣ୍ଡାର ଖୋଲାଯିବ। ରତ୍ନଭଣ୍ଡାର ମଧ୍ୟକୁ କେଉଁମାନେ ଯିବେ, ସେ ନେଇ ଏସ୍‌ଓପି ପ୍ରସ୍ତୁତ ହୋଇଛି। ଏସ୍‌ଓପି ଅନୁଯାୟୀ, ରତ୍ନଭଣ୍ଡାର ତଦାରଖ କମିଟିର ୨ଜଣ ସଦସ୍ୟ, ପୁରୀ ଜିଲାପାଳ ଏବଂ ତାଲାଭଙ୍ଗା ଟିମ୍‌ ଯିବେ। ସେହିପରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ)ର ଟିମ୍‌, ରତ୍ନଭଣ୍ଡାର ମେକାପ, ତଡ଼ାଉକରଣ ସାମିଲ ହେବେ।

Leave a Reply

Your email address will not be published. Required fields are marked *

error: Content is protected !!