ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ରତ୍ନଭଣ୍ଡାର ସଂପର୍କିତ ତଦାରଖ କମିଟିର ବୈଠକ

ପୁରୀ: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପୁନର୍ବାର କେବେ ରତ୍ନଭଣ୍ଡାର ଖୋଲାଯିବ ସେ ନେଇ ଆଲୋଚନା ହୋଇଥିଲା ଉକ୍ତ ବୈଠକ ରେଏଥିରେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ ସଦସ୍ୟ ଡାକ୍ତର ସିବିକେ ମହାନ୍ତିଙ୍କ ସମେତ ଅନ୍ୟ କମିଟି ସଦସ୍ୟ ମାନେ ଉପସ୍ଥିତ ଥିଲେ । ଏହାଛଡ଼ା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର ପ୍ରମୁଖ ବି ଯୋଗ ଦେଇଥିଲେ ।

ତେବେ ୧୮ ରେ ଖୋଲିବ ମହାପ୍ରଭୁଙ୍କ ଭିତର ରତ୍ନ ଭଣ୍ଡାର । ଏନେଇ ଆଜି ବଡ ଖବର ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ତାଲା, ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା। ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ।୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହୋଇଥିଲା। ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀରେ ଜିମା ଦିଆଯାଇଛି।

ତେବେ ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ଖୋଲାଯିବ ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୁଭ ସମୟ ସକାଳ ୯ଟା ୫୧ରୁ ୧୨ଟା ୧୫ ମଧ୍ୟରେ ଖୋଲାଯିବ। ଏହି ସୟମରେ ପ୍ରାୟ ସକାଳ ୮ଟା ବେଳକୁ ମନ୍ଦିର ପ୍ରବେଶ କଟକଣା କରାଯିବ। ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ।

ସମୟ ଅଭାବରୁ ରବିବାର ଆମେ ସିନ୍ଦୁକ, ଆଲମାରୀ ଖୋଲାଯାଇପାରି ନଥିଲା। ପରବର୍ତ୍ତୀ ସମୟରେ ଖୋଲିବାକୁ ନିଷ୍ପତ୍ତି ନେଇ ନୂଆ ତାଲା ପକାଇ ସିଲ କରିଥିଲୁ। ପ୍ରଥମେ ରତ୍ନଭଣ୍ଡାରରେ ଥିବା ଗହଣା ଗୁଡ଼ିକୁ ସ୍ଥାନାନ୍ତର କରାଯାଉଛି।

Leave a Reply

Your email address will not be published. Required fields are marked *

error: Content is protected !!