ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କଲେ DGP ୱାଇ.ବି ଖୁରାନିଆ

ପୁରୀ ( ରିପୋର୍ଟ – ସମୀର ରଞ୍ଜନ ନାୟକ ):ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବା ପରେ ସପରିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ୱାଇ ବି ଖୁରାନିଆ ।ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପୁରୀ ପୋଲିସ ପକ୍ଷରୁ ତାଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ପ୍ରଦାନ କରାଯାଇଥିଲା । ଶ୍ରୀମନ୍ଦିର ସୁରକ୍ଷାକୁ ପ୍ରାଥମିକତା ଦେବା ସହ ଭକ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି ୱାଇ ବି ଖୁରାନିଆ । ଖୁବ ଶୀଘ୍ର ଶ୍ରୀମନ୍ଦିର ସ୍ୱତନ୍ତ୍ର ବାଟାଲିୟନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି ।

Leave a Reply

Your email address will not be published. Required fields are marked *

error: Content is protected !!