୨୩ରେ ମହାପ୍ରଭୁଙ୍କ ରତ୍ନଭଣ୍ଡାରରୁ ସ୍ଥାନାନ୍ତର ହେବ ଖାଲି ଆଲମିରା ଓ ସିନ୍ଦୁକ

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ ) : ରତ୍ନ ଭଣ୍ଡାରରୁ ବାହାରିବ ସିନ୍ଦୁକ । ଆସନ୍ତା ୨୩ ତାରିଖରେ ବାହାର ଓ ଭିତର ରତ୍ନଭଣ୍ଡାରରେ ଥିବା ସିନ୍ଦୁକ, ଆଲମିରା ସ୍ଥାନାନ୍ତର କରାଯିବ। ଶ୍ରୀମନ୍ଦିର ପରିସର ନୀଳାଦ୍ରିବିହାର ମ୍ୟୁଜିୟମ ନିକଟ ଘରେ ରଖାଯିବ ।ସିନ୍ଦୁକ, ଆଲମିରା ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ । ୨୩ ତାରିଖ ଦିନ ୧ଟାଠାରୁ ସ୍ଥାନାନ୍ତରଣ ଶେଷ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ । ଜୁଲାଇ ୧୪ ଓ ୧୮ରେ ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ହୋଇସାରିଛି ।

ତେବେ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ । ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଶ୍ରୀମନ୍ଦିର ବାହାର ଓ ଭିତର ରତ୍ନଭଣ୍ଡାରରୁ ଅସ୍ଥାୟୀ ରତ୍ନଭଣ୍ଡାରକୁ ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ହୋଇସାରିଛି।

Leave a Reply

Your email address will not be published. Required fields are marked *

error: Content is protected !!