ମଣିଷ ଦେହରେ ବାର୍ଡ ଫ୍ଲୁ, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ଭୁବନେଶ୍ୱର (ରିପୋର୍ଟ – ସମୀର ରଞ୍ଜନ ନାୟକ )ବାର୍ଡ ଫ୍ଲୁ ଆକ୍ରାନ୍ତ ଥିବା ସନ୍ଦେହ ହେବା ପରେ ରକ୍ତ ନମୁନା RMRCକୁ ପଠାଯାଇଛି । ରିପୋର୍ଟ ଆସିବା ପରେ ବାର୍ଡ ଫ୍ଲୁ କି ନୁହେଁ ସ୍ପଷ୍ଟ ହେବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।ସଂକ୍ରମଣ ଚିହ୍ନଟ ହୋଇଥିବା ଅଞ୍ଚଳରେ ଜ୍ବର ବ୍ୟାପୁଥିବାରୁ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି । ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ସହ ରିପୋର୍ଟ ଦେବାକୁ ଆଶାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଘର ଘର ବୁଲି ସ୍ବାସ୍ଥ୍ୟକର୍ମୀ ଯାଞ୍ଚ କରୁଛନ୍ତି । ଏଥିପାଇଁ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି । ସଂକ୍ରମଣ ବ୍ୟାପୁଥିବା ଅଞ୍ଚଳରେ N-95 ମାସ୍କ ବଣ୍ଟାଯାଉଛି ।ପୁରୀ ପିପିଲି ଓ ସତ୍ୟବାଦୀରେ ବ୍ୟାପୁଛି ବାର୍ଡ ଫ୍ଲୁ ।

ବାର୍ଡ ଫ୍ଲୁ ରୋକିବାକୁ ଜୋରଦାର ଚାଲିଛି କୁକୁଡା ମରା ଅଭିଯାନ । ୪ଦିନ ମଧ୍ୟରେ ୨୮ହଜାରରୁ ଅଧିକ କୁକୁଡା ମାରି ପୋତା ଗଲାଣି ।ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ମଙ୍ଗଳପୁରରେ ଜଣେ ମଣିଷ ଦେହରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ଏନେଇ ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି। ଏଥିଲାଗି ପିପିଲି ଓ ସତ୍ୟବାଦୀରେ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ୧ କିଲୋମିଟର ଭିତରେ ଓ ୧ରୁ୧୦ କିଲୋମିଟର ଭିତରେ ଦୁଇ ଥାକିଆ ସର୍ଭେଲାନ୍ସ କରାଯାଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ପୁରୀ ଜିଲ୍ଲା ମଙ୍ଗଳପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଜଣେ ରୋଗୀଙ୍କଠାରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେଲାନ୍ସ ବଢ଼ାଇ ଦିଆଯାଇଛି। ଏଭଳି ସ୍ଥିରତି ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ ଅଛି। ଏନେଇ ସମ୍ପୃକ୍ତ ଅଞ୍ଚଳରେ ଆଶା କର୍ମୀମାନେ ଘରକୁ ଘର ବୁଲି ଲୋକଙ୍କୁ ସଚେତନ କରିବା ସହ ତାମିଫ୍ଲୁ ମେଡିସିନ ବିତରଣ କରୁଛନ୍ତି। ଲୋକଙ୍କୁ ଏନ୍-୯୫ ମାସ୍କ ବଣ୍ଟାଯାଉଛି। ସ୍ବାସ୍ଥ୍ୟ ଓ ପଶୁସମ୍ପଦ ବିଭାଗ ପରସ୍ପର ମଧ୍ୟରେ ସମନ୍ବୟ ରଖି ଏଦିଗରେ କାମ କରାଯାଉଛି।

Leave a Reply

Your email address will not be published. Required fields are marked *

error: Content is protected !!