ପୁରୀ ( ରିପୋର୍ଟ – ସମୀର ରଞ୍ଜନ ନାୟକ ): ପୁରୀ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା।ଏଥିରେ ମୋଟ ୧୨ ଗୋଟି ଅଭିଯୋଗ ମିଳିଥିଲା। ଅଭିଯୋଗ ଗୁଡିକ ଆଇନ ଅନୁସାରେ ଅନୁଧ୍ୟାନ କରି ଯଥାଶୀଘ୍ର ସମାଧାନ ପାଇଁ ବିଭିନ୍ନ ବିଭାଗକୁ ପ୍ରେରଣ କରାଯାଇଥିଲା।ଅନ୍ୟ ମାନଙ୍କ ମଧ୍ୟରେ ଉପଜିଲ୍ଲାପାଳ ଗୋପୀନାଥ କୁଅଁର, ପୁରୀ ପୌରପାଳିକା ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର ସିଡିଏମଓ ଡା ରୂପଭାନୁ ମିଶ୍ର,ଅଭିଯୋଗ ପ୍ରକୋଷ୍ଠ ଡେପୁଟି କଲେକ୍ଟର ଆଶୁତୋଷ ଦେ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଏହି ଶୁଣାଣିରେ ଯୋଗ ଦେଇଥିଲେ।