ଖୋର୍ଦ୍ଧା (ରିପୋର୍ଟ – ସମୀର ରଞ୍ଜନ ନାୟକ ): ଖୋର୍ଦ୍ଧା ଜିଲାପାଳ ଙ୍କ ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ରେ ଆରକ୍ଷୀ ଅଧିକ୍ଷକ ସାଗରୀକା ନାଥ,ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ )ପ୍ରତାପ ଚନ୍ଦ୍ର ବେଉରା /ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ,ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା,ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ କସ୍ତୁରୀ ବାଳା ଜେନା, ଜିଲାମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଲକ୍ଷ୍ମୀ ପଟ୍ଟନାୟକ,ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର/ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ତରାଇ, ତହସିଲଦାର ବିଭାଷ ରଞ୍ଜନ ପାଣିଗ୍ରାହୀ, ବିଡିଓ କ୍ଷୀରାବ୍ଧି ତନୟା ସାହୁ ପ୍ରମୁଖଙ୍କ ସହ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ l ମୋଟ 182 ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 168 ଟି ବ୍ୟକ୍ତି ବିଶେଷଙ୍କ ର ଅଭିଯୋଗ ଥିବା 10ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା ବୋଲି ସୂଚନା ମିଳିଛି l ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଦଶ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିଲା l ତତ୍କାଳ ଦୁଇଟା ଅଭିଯୋଗ ସମାଧାନ କରାଯାଇଥିଲା l