ଦୁର୍ନୀତି ନିବାରଣ ସଚେତନତା ଶପଥ ପାଠ ଅନୁଷ୍ଠିତ।

ପୁରୀ (ରିପୋର୍ଟ – ସମୀର ରଞ୍ଜନ ନାୟକ ) : ଚଳିତ ବର୍ଷ ଅକ୍ଟୋବର ୨୮ ତାରିଖ ଠାରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶ ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି। ଏହି ଅବସରରେ ଆଜି ଦିବା ୧୧ ଘଟିକା ସମୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତ ଙ୍କୁ ଶପଥ ପାଠ କରାଇଥିଲେ।ଦୁର୍ନୀତି ବିକାଶ ର ମୁଖ୍ୟ ବାଧକ।ତେଣୁ ସମ୍ମିଳିତ ଭାବେ ରାଜ୍ୟର ଉନ୍ନତି ପାଇଁ ଦୁର୍ନୀତି ର ମୂଳୋତ୍ପାଟନ କରି ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।

ଓସୱ୍ବାନ କନଫେରେନ୍ସ କକ୍ଷରେ ଅନୁଷ୍ଠିତ ଏହି ଶପଥ ପାଠରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା,ଉପ ଜିଲ୍ଲାପାଳ ଗୋପୀନାଥ କୁଅଁର,ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ସହଦେବ ସାହୁ, ବିବେକାନନ୍ଦ ସାହୁ, ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ତନୁପ୍ରଭା ବେଉରା, ଜିଲ୍ଲା ମଙ୍ଗଳ ଅଧିକାରୀ ବିକାଶ କୁମାର ମହାନ୍ତି, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶୁଭ୍ରାଂଶୁ ମହାରଣା, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ଓ ଅନ୍ୟାନ୍ୟ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ହୋଇ ଶପଥ ପାଠ କରିଥିଲେ।

ସେହିପରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ସମସ୍ତ ଅଧିକାରୀ, କର୍ମଚାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଓ ଉପ ଜିଲ୍ଲାପାଳ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ।ଜିଲ୍ଲାର ସମସ୍ତ ବ୍ଲକ କାର୍ଯ୍ୟାଳୟର ଓସୱ୍ବାନ ହଲରେ ମଧ ବିଡ଼ିଓ, ତହସିଲଦାର,ସିଡିପିଓ ଓ ଅନ୍ୟାନ୍ୟ ଅଧିକାରୀ ଏବଂ ଅନ୍ୟାନ୍ୟ ସମସ୍ତ କାର୍ଯ୍ୟାଳୟ, ଲାଇନ ଡିପାର୍ଟମେଣ୍ଟରେ ଏହି ଶପଥ ପାଠ ଏକ ସମୟରେ କରାଯାଇଥିଲା।ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନରେ ଏହି ଶପଥ ପାଠ କରାଯାଇଥିଲା।

Leave a Reply

Your email address will not be published. Required fields are marked *

error: Content is protected !!