କରଞ୍ଜିଆ (ରିପୋର୍ଟ – ଜିତେନ୍ଦ୍ର ରାଜ):ଅବକାରୀ ଅଧିକ୍ଷକ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପ-ଅଧିକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉପଖଣ୍ଡ ଅବକାରୀ ରେଞ୍ଜ ପକ୍ଷରୁ ରାଇରଙ୍ଗପୁର ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଏବଂ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲଙ୍କ ନେତୃତ୍ୱରେ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ବାଦାମପାହାଡ଼ ଥାନା ଅନ୍ତର୍ଗତ ଜୋରଦା ଗ୍ରାମରେ ପେଟ୍ରୋଲିଂ କରୁଥିବା ସମୟରେ ୪୧ ଗ୍ରାମ ବ୍ରାଉନସୁଗାର ଏବଂ ୧୨,୫୫୦ /- ଟଙ୍କା ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ବାଦାମପାହାଡ଼ ଥାନା ଅନ୍ତର୍ଗତ ଜୋରଦା ଗ୍ରାମର ସୁରେଶ ନାଏକଙ୍କୁ ଗିରଫ କରାଯାଇଛି।
ଜବତ ବ୍ରାଉନସୁଗାର ର ଆନୁମାନିକ ମୂଲ୍ୟ ୪,୧୫,୦୦୦ /- ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି l ଉକ୍ତ ଚଢ଼ାଉରେ ଏ.ଏସ୍.ଆଇ ସୁଧାଂଶୁ ବେହେରା , କନେଷ୍ଟବଳ ବିପ୍ଳବ କୁମାର ମଲ୍ଲିକ, ଦିଲ୍ଲୀପ ଜେନା, ବୁଦ୍ଧଦେବ ମହନ୍ତ, ତମନ ପରିଡ଼ା, ସଂଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି, ପ୍ରିୟଙ୍କା ମହନ୍ତ ପ୍ରଭୃତି ସାମିଲ ଥିଲେ । ଏନେଇ ରାଇରଙ୍ଗପୁର ଅବକାରୀ ରେଞ୍ଜ ପକ୍ଷରୁ କେସ ନଂ: ୫୮/୨୦୨୪-୨୫ ମୂଳେ ମାମଲା ରୁଜ୍ଜୁ କରାଯାଇଛି lମୟୁରଭଞ୍ଜ କରଞ୍ଜିଆ ରୁ ଜିତେନ୍ଦ୍ର ରାଜ ଙ୍କ ରିପୋର୍ଟ