କାନସୁକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ଓ ଜୋତା ବଣ୍ଟନ

ବୁଗୁଡ଼ା (ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କାନସୁକା ଗ୍ରାମର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନଭେମ୍ବର ୨୦ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିବା ବେଳେ ଅତିଥି ଭାବେ ସିଆରସିସି ଦିଲ୍ଲୀପ କୁମାର ବେହେରା,ଏସଏମସି ସଭାନେତ୍ରୀ ପ୍ରମିଳା ବିଷୋୟୀ ଓ ବେଠିଆବରୋଦା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ର ବିଶ୍ୱାଳ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷକ ବିନାୟକ ନାୟକ,ସିନୁ ପାତ୍ର ମେଳା ପରିଚାଳନାରେ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *

error: Content is protected !!