ନୂଆଦିଲ୍ଲୀରେ ଗୌରବାନ୍ଵିତ ଡକ୍ଟର ସ୍ଥିତଧି ରଥଙ୍କ ଚିତ୍ର

ବୁଗୁଡ଼ା (ସୋରେନ କୁମାର ପ୍ରଧାନ): ଉତ୍କଳ କେଶରୀ ଡ଼ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜୟନ୍ତୀ କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଦ୍ଵାରା ନୂଆଦିଲ୍ଲୀରେ ଧୂମଧାମରେ ପାଳନ କରାଯାଇଛି । ଏହି ଅବସରରେ ଓଡିଶାର ୧୫ ଜଣ ପ୍ରଖ୍ୟାତ ଚିତ୍ରକରଙ୍କୁ ନେଇ ଏକ ରାଷ୍ଟ୍ରୀୟ ଚିତ୍ରଶିଳ୍ପୀ ଶିବିର ଦିଲ୍ଲୀ ଲଳିତ କଳା ଏକାଡେ଼ମୀ ଠାରେ ନଭେମ୍ବର ୧୩ ରୁ ୨୦ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ସହରର ଖ୍ୟାତନାମା ଶିଳ୍ପୀ ଡକ୍ଟର ସ୍ଥିତଧୀ ରଥ ଏହି ଚିତ୍ରଶିଳ୍ପୀ ଶିବିରପାଇଁ ନିମନ୍ତ୍ରିତ ହୋଇଛନ୍ତି ।

ଏହି ପ୍ରଦର୍ଶନୀକୁ ନୂଆ ଦିଲ୍ଲୀ ସ୍ଥିତ ଵିଜ୍ଞାନ ଭବନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ଵାରା ନଭେମ୍ବର ୨୧ ତାରିଖ ଦିନ ଉଦଘାଟିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନ୍ୟବର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶିଖବତ୍ତ, ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବ ଅତିଥି ଭାବେ ଯୋଗ ଦେଇଥିଲେ । ଚିତ୍ରଶିଳ୍ପୀ ଡକ୍ଟର ରଥଙ୍କ ଦ୍ଵାରା ମହତାବଙ୍କ ଜୀବନଶୈଳୀ ଉପରେ ଅଙ୍କିତ ଚିତ୍ର “ଉତ୍କଳର କେଶରୀ” ଶ୍ରେଷ୍ଠ ଆକର୍ଷଣୀୟ ଚିତ୍ର ହୋଇଥିଲା।

ରାଷ୍ଟ୍ରପତି ଦ୍ରୌପଦୀ ମୂର୍ମୁ , ସାଂସଦ ଭର୍ତ୍ତୃହରି ମହତାବ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଚିତ୍ରର ଉଚ୍ଚ ପ୍ରଶଂସା କରିବା ପୂର୍ବକ ଡକ୍ଟର ସ୍ଥିତଧୀ ରଥଙ୍କୁ ସମ୍ମାନିତ କରିଥିଲେ । କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶୀଖାଵତ ପୁଷ୍ପ ପ୍ରଦାନ ପୂର୍ବକ ସମସ୍ତ ଶିଳ୍ପୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

Leave a Reply

Your email address will not be published. Required fields are marked *

error: Content is protected !!