ପୁରୀ (ସମୀର ରଞ୍ଜନ ନାୟକ): ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।ପଇତାଲାଗି ନୀତି ଏକ ବିଶେଷ ଗୁପ୍ତ ନୀତି। ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ ।