ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ବାତ୍ୟା ‘ଦାନା’ର କ୍ଷୟକ୍ଷତି ଆକଳନ କରିବା ପାଇଁ ଆସିଥିବା ଆନ୍ତଃ-ମନ୍ତ୍ରାଳୟ କେନ୍ଦ୍ରୀୟ ଟିମ୍ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟର ଯୁଗ୍ମ ସଚିବ ଶ୍ରୀ ପିକେ ରାଏଙ୍କ ନେତୃତ୍ବରେ ଏକ ସାତ ଜଣିଆ ଟିମ୍ ୨୪ ତାରିଖରେ ଆସି ସବୁଠୁ ଅଧିକ କ୍ଷତିଗ୍ରସ୍ତ ଭଦ୍ରକ, କେନ୍ଦ୍ରାପଡା ଓ ବାଲେଶ୍ବର ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିଛନ୍ତି।ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କ୍ଷୟକ୍ଷତିର ଭରଣା ପାଇଁ ସହାୟତା ସହିତ ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବାରୋପ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ପ୍ରତି ବର୍ଷ ବାତ୍ୟା, ବନ୍ୟା ପରି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିଆସୁଛି।

Leave a Reply

Your email address will not be published. Required fields are marked *

error: Content is protected !!