କେନ୍ଦୁଝର ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ

କେନ୍ଦୁଝର (ସୀତାରାମ ଦୀକ୍ଷିତ) : ଡ଼ିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶିତ କେନ୍ଦୁଝର:ଆସନ୍ତା ଡ଼ିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଏସ୍‌.ପି.ଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୂଚୀ ପ୍ରକାଶ ପାଇଛି । ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମର ସୂଚୀ ଅନୁଯାୟୀ ତା ୦୨.୧୨.୨୦୨୪ରିଖ ସୋମବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାର ହଲ୍‌, ତା. ୦୯.୧୨.୨୦୨୪ରିଖ ସୋମବାର ଦିନ ହରିଚନ୍ଦନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ, ତା.୧୬.୧୨.୨୦୨୪ରିଖ ସୋମବାର ଦିନ ଚମ୍ପୁଆ ପଞ୍ଚାୟତ ସମିତି କାର୍ଯ୍ୟାଳୟ, ତା. ୨୩.୧୨.୨୦୨୪ ରିଖ ସୋମବାର ଦିନ ହାଟଡିହି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଏବଂ ୩୦.୧୨.୨୦୨୪ ସୋମବାର ଦିନ ସାହାରପଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟଠାରେ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ, କେନ୍ଦୁଝରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ଏହି ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଂପର୍କରେ ବିହିତ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏତଦ୍‌ବ୍ୟତୀତ କାର୍ଯ୍ୟସୂଚୀ ଅନୁଯାୟୀ ଅଭିଯୋଗ ଶୁଣାଣି ସ୍ଥାନମାନଙ୍କରେ ଚିକିତ୍ସା, ଜାତୀୟ ସ୍ୱାସ୍ଥ୍ୟ ମିଶନ, ଶ୍ରମ, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଜଳଛାୟା, ଯୋଗାଣ ବିଭାଗ ତରଫରୁ (ନିର୍ଦ୍ଧାରିତ ସ୍ଥାନମାନଙ୍କରେ) ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସଂପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

error: Content is protected !!