ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାମ ।

ପୁରୀ (ସମୀର ରଞ୍ଜନ ନାୟକ ) : ଜିପିଆର ଓ ରାଡାର ସର୍ଭେ ରିପୋର୍ଟରେ ଆସିଥିବା ତଥ୍ୟକୁ ନେଇ ରତ୍ନ ଭଣ୍ଡାର ହେବ ମରାମତି କାମ । ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପ୍ରସଙ୍ଗ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ।ସେ କହିଛନ୍ତି, ସରକାରଙ୍କ ଏସଓପି ଅନୁଯାୟୀ‌ ୧୭ତାରିଖରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ । ଏଏସ୍‌ଆଇର ବୈଷୟିକ ଟିମ୍‌ର ତତ୍ତ୍ୱାବଧାନରେ ମରାମତି କାର୍ଯ୍ୟ କରାଯିବ । ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ଭକ୍ତଙ୍କ ଦର୍ଶନରେ ଯେଭଳି କୌଣସି ଅସୁବିଧା ସୃଷ୍ଟି ନହୁଏ ତା’କୁ ମଧ୍ୟ ଧ୍ୟାନ ଦିଆଯିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ । ଗତ ଛତିଶା ନିଯୋଗ ବୈଠକରେ ଏନେଇ ନୀତି ନିର୍ଘଣ୍ଟ ଅନୁମୋଦିତ ହୋଇସାରିଛି । ତେବେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଏଏସ୍‌ଆଇ ଅଧିକାରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଆସନ୍ତା ୧୭ରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ । ପ୍ରଥମେ ଲୁହା ଭାରା ବନ୍ଧା ଯିବ । ଏହାପରେ ପ୍ରଥମେ ବାହାର ଓ ପରେ ଭିତର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ କରାଯିବ।

Leave a Reply

Your email address will not be published. Required fields are marked *

error: Content is protected !!