ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ) :ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି। ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ଖାଲି ସେତିକି ନୁହେଁ, ନୂଆଦିଲ୍ଲୀର ଗୋଟିଏ ସ୍ଥାନରେ ବି ଇଡି ଚଢ଼ାଉ କରୁଛି।

Bharat integrated social welfare agency ବିରୋଧରେ ରହିଛି ୨୩୧ କୋଟି ଟଙ୍କା ଠକେଇ। ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ କ୍ଷୀରୋଦ। ଇଡି ଚଢ଼ାଉ ନେଇ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ ।ପୂର୍ବରୁ ମଧ୍ୟ ବିଶ୍ୱ ଏନଜିଓରେ କ୍ରାଇମବ୍ରାଞ୍ଚ ଓ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଥିଲା। ସେତେବେଳେ ବିଜେଡି ସରକାର ଥିବାରୁ କ୍ରାଇମବ୍ରାଞ୍ଚ ଓ ଇଡି ଚଢ଼ାଉ ସତ୍ତ୍ୱେ ସେପରି କିଛି ଆଖି ଦୃଶିଆ କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା। ଆଜି ପୁଣି ବିଶ୍ୱ ଏନଜିଓରେ ଇଡି ଚଢ଼ାଉ କରାଯାଇଛି।

Leave a Reply

Your email address will not be published. Required fields are marked *

error: Content is protected !!