ଭୁବନେଶ୍ୱର (ସମୀର ରଞ୍ଜନ ନାୟକ )ପୁଣି ରାସନ କାର୍ଡ କୁ ନେଇ ଆସିଲା ବଡ଼ ଖବର ବଡ ସୂଚନା ଦେଲେ ମନ୍ତ୍ରୀ । ଜାନୁଆରୀ ୩୧ ରେ ଇ କେୱାଇସି ଶେଷ ହେବ , ତା ପୂର୍ବରୁ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର କରିବାକୁ ପୁଣି ଥରେ ଅପିଲ କଲେ ମନ୍ତ୍ରୀ , ବୋଧେ ଭୟରେ ଇ କେୱାଇସି ପାଇଁ ଆସୁ ନାହାନ୍ତି , ଖୁବଶୀଘ୍ର ସରେଣ୍ଡର କଲେ ଭଲ , ବ୍ଲକରେ ୨୦୦ ରୁ ୩୦୦ ଅଧିକ ଅଯୋଗ୍ୟ ହିତାଧିକାରୀ ଅଛନ୍ତି , ସରକାରୀ ଚାକିରୀ କରି ହାତେଇଛନ୍ତି ରାସନ କାର୍ଡ, ସେମାନେ ଶୀଘ୍ର ସରେଣ୍ଡର କଲେ ଭଲ l ଆୟକରଦାତା ନେଉଥିଲେ ରାସନ କାର୍ଡ । କିଛିଦିନ ତଳେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଥିଲେ ପ୍ରାୟ ୪ ଲକ୍ଷ ଆୟକରଦାତା ରାସନ ନେଉଥିଲେ ।
ଏ ନେଇ ବିଭାଗ ପାଖରେ ତଥ୍ୟ ପହଞ୍ଚିଛି । ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ୍ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ପୂର୍ବ ସରକାର ସମୟରେ ଆୟକରଦାତା ମାନେ ରାସନ କାର୍ଡ ପାଇଥିଲେ ବୋଲି ମଧ୍ୟ ମନ୍ତ୍ରୀ କହିଥିଲେ । ତେବେ କେତେ ଆୟକରଦାତା ରାସନ କାର୍ଡ ପାଇଛନ୍ତି ତାହାକୁ ନେଇ ଅନୁଧ୍ୟାନ ଚାଲିଛି । ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୁରା ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡରୁ ବାଦ୍ ଦିଆଯିବ ବୋଲି ମନ୍ତ୍ରୀ କହିଥିଲେ ।ସୁଚନା ଅନୁଯାୟୀ ଗରିବଙ୍କ ରାସନକାର୍ଡକୁ କବଜା କରି ବସିଥିବା ବଡ଼ ବଡ଼ିଆ ସରକାରୀ ଅଧିକାରୀଙ୍କୁ ପୁଣି ଥରେ ଚେତାବନୀ ଦେଇଥିଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଅଯୋଗ୍ୟ ହିତାଧିକାରୀଙ୍କୁ ଆତ୍ମସମର୍ପଣ କରିବାକୁ ଆହ୍ୱାନ କରିଛନ୍ତି ମନ୍ତ୍ରୀ । ଯଦି ସରକାରଙ୍କୁ କାର୍ଡ ନ ଫେରାନ୍ତି ତାହା ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରୋକ୍ ଠୋକ୍ ଶୁଣାଇ ଥିଲେ ।ମନ୍ତ୍ରୀ କହିଥିଲେ ଯେ ସାରା ରାଜ୍ୟରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ ଅଛନ୍ତି । ଇ-କେୱାଇସି ଜରିଆରେ ଏହା ସ୍ପଷ୍ଟ ହୋଇଛି । ଉକ୍ତ ଅଯୋଗ୍ୟ ହିତାଧିକାରୀମାନେ ଇ-କେୱାଇସି କରିବା ଆସୁ ନାହାଁନ୍ତି । ସେଥିରେ ଶିକ୍ଷକ, ଡାକ୍ତର, ଅଧ୍ୟାପକ ମଧ୍ୟ ରହିଛନ୍ତି । ତେଣୁ ନିଜ ତରଫରୁ ଅଯୋଗ୍ୟ ହିତାଧିକାରୀମାନେ ଇ-କେୱାଇସି ପୂର୍ବରୁ ନିଜର କାର୍ଡ ଫେରସ୍ତ କରିବାକୁ ଅପିଲ କରିଛନ୍ତି ମନ୍ତ୍ରୀ । ଯଦି କାର୍ଡ ନ ଫେରାନ୍ତି ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତାଗିଦ କରାଯାଇଛି ।ଏଠାରେ ଉଲ୍ଲେଖ ଯୋଗ୍ୟ, ପୂର୍ବରୁ ମନ୍ତ୍ରୀ କହିଥିଲେ ଯେ ରାଜ୍ୟର ପ୍ରାୟ ୪ଲକ୍ଷ ଆୟକରଦାତା ରାସନ କାର୍ଡ ନେଇଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି । ଓଏଏସ ଅଫିସ, ଡାକ୍ତର ଓ ଅଧ୍ୟାପକ ମଧ୍ୟ ରାସନ କାର୍ଡ ହାତେଇଛନ୍ତି ।