ଭୁବନେଶ୍ୱର (ସମୀର ରଞ୍ଜନ ନାୟକ):ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ ସମୟରେ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା।
ଏହା ସହ ଆଗାମୀ ଦିନରେ ଉପକୂଳ ସୁରକ୍ଷା ନିମନ୍ତେ ଉଭୟ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି କାର୍ଯ୍ୟ କରିବା ଉପରେ ବୈଠକରେ ମତପ୍ରକାଶ ପାଇଥିଲା।ଏହା ସହ ଉପକୂଳ ଅଞ୍ଚଳରେ ଜୋରଦାର ପାଟ୍ରୋଲିଂ, ଆକାଶ ମାର୍ଗରୁ ଗତିବିଧି ନିରୀକ୍ଷଣ ଏବଂ ଆଦେଶ ଅନୁଯାୟୀ ସମ୍ପୂର୍ଣ୍ଣ ଉପକୂଳକୁ ନିୟନ୍ତ୍ରଣ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରାଯିବା ଭଳି ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା । ତଟ ସୁରକ୍ଷା ବାହିନୀ ପକ୍ଷରୁ ଓଡିଶା ପୋଲିସକୁ ସମସ୍ତ ପ୍ରକାର ସହଯୋଗ କରିବା ସଂକ୍ରାନ୍ତରେ ମଧ୍ୟ ବୈଠକରେ ବିଶେଷ ଭାବେ ଆଲୋଚନା ହୋଇଛି ।