ଶ୍ରୀ ମନ୍ଦିର ପ୍ରଶାସନର ଅତିରିକ୍ତ ଦାୟିତ୍ବ ତୁଲାଇବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ବର(ସମୀର ରଞ୍ଜନ ନାୟକ): ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ । ପୂର୍ବରୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ଏନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ତାଙ୍କୁ ସରକାର ଏବେ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦେଉଛନ୍ତି । ଗତ ବର୍ଷ ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ମନୋଜ ଆହୁଜାଙ୍କୁ ସିଏସ ଭାବେ ଦାୟିତ୍ୱ ମିଳିଥିଲା । ଆଉ ଅଗଷ୍ଟ ମାସରେ ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଥିଲା । ଏହାପରେ ଡିସେମ୍ବର ମାସରେ ତାଙ୍କ କାର୍ଯ୍ୟକାଳକୁ ବର୍ଷେ ଯାଏଁ ବଢାଇଦିଆଯାଇଥିଲା

Leave a Reply

Your email address will not be published. Required fields are marked *

error: Content is protected !!