ଏହି ଘଟଣା ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ ଚିନ୍ତିତ : ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର (ସମୀର ରଞ୍ଜନ ନାୟକ): ଭିଆଇପି କଲୋନୀ ସ୍ଥିତ କଂଗ୍ରେସ ନେତା ତଥା ପୂର୍ବତନ ପିସିସି ସଭାପତିଙ୍କ ଘରୁ ଲୁଟ୍ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିରଞ୍ଜନ ପଟ୍ଟନାୟକ। ଫେସ୍‌ବୁକ୍‌ରେ ପୋଷ୍ଟ କରି ନିରଞ୍ଜନ ରାଜ୍ୟ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଗତକାଲି ମୋର ଭୁବନେଶ୍ବର ଘରେ ଚୋରି ହୋଇଛି ଏହି ଘଟଣା କେବଳ ମୋ ପରିବାର ପାଇଁ ନୁହେଁ, ବରଂ ସମସ୍ତ ଭୁବନେଶ୍ବର ବାସୀଙ୍କ ସୁରକ୍ଷାକୁ ନେଇ ମୁଁ ଚିନ୍ତିତ। ସରକାରଙ୍କ ଅବହେଳା କାରଣରୁ ଆଜି ଆମ ଘର, ଆମ ସାହି ଓ ଆମ ସଂପଦ ବିପଦରେ। ଓଡ଼ିଶା ପୋଲିସ ଜନତାଙ୍କ ସୁରକ୍ଷା ନିଶ୍ଚିତ କରନ୍ତୁ। ଏହା ବିଜେପି ସରକାରଙ୍କ ସର୍ବପ୍ରଥମ ପ୍ରାଥମିକତା ହେବା ଉଚିତ। ଭୁବନେଶ୍ବରକୁ ସୁରକ୍ଷିତ ରଖିବାକୁ ଅପିଲ କରିଛନ୍ତି ନିରଞ୍ଜନ।

Leave a Reply

Your email address will not be published. Required fields are marked *

error: Content is protected !!