ଚନ୍ଦ୍ରଭାଗାରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ,

ପୁରୀ (ସମୀର ରଞ୍ଜନ ନାୟକ):ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ଦାୟିତ୍ବରେ ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସ୍‌ପିଙ୍କ ସହ ୧୩ ଡିଏସ୍‌ପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ୍ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୋଲିସର ସମସ୍ତ ନିୟମ ମାନି ଚନ୍ଦ୍ରଭାଗା ବୁଡ଼ରେ ସାମିଲ ହେବାକୁ ଅପିଲ୍ କଲେ ପୁରୀ ଏସ୍‌ପି ବିନୀତ ଅଗ୍ରୱାଲ ।ତେବେ ପରମ୍ପରା ଅନୁଯାୟୀ ମାଧିପୂରର ଶ୍ରୀ ଶ୍ରୀ ତ୍ରିବେଣୀଶ୍ଵର ମହାଦେବ, ସନ୍ଥପୁରର ଶ୍ରୀ ଶ୍ରୀ ଐଶାନ୍ୟଶ୍ଵର ମହାଦେବ ଓ କୁରୁଜଙ୍ଗର ଶ୍ରୀ ଶ୍ରୀ ଦକ୍ଷିନେଶ୍ବର ମହାଦେବ ସପ୍ତମୀ ଦିନ ବଡି ଭୋର ସମୟରେ ଚନ୍ଦ୍ରଭାଗା ତୀର୍ଥରେ ମହାସ୍ନାନ କରିବେ।

ଏହା ପରେ ସାଧୁ ସନ୍ଥ ଓ ଶ୍ରଦ୍ଧାଳୁ ମାନେ ବୁଡ ପକାଇବେ ବୋଲି ସ୍ଥିର କରାଯାଇଅଛି। ତିନି ଠାକୁର ଚନ୍ଦ୍ରଭାଗା ଗସ୍ତ କରି ରାତ୍ର ୪ଟା ମଧ୍ୟରେ ଚନ୍ଦ୍ରଭାଗା ତୀର୍ଥ ମଣ୍ଡପରେ ପହଞ୍ଚିବା ପରେ ୪ଟା ୩୭ ମିନିଟରେ ମହାସ୍ନାନ ସହ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ।ତେବେ ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ବୁଡକୁ ଶୃଙ୍ଖଳିତ କରିବା ପାଇଁ ତୀର୍ଥ ପୁଷ୍କରଣୀ ଖନନ କାର୍ଯ୍ୟ ଶେଷ କରାଯାଇଥିବା ବେଳେ ତୀର୍ଥ ଜଳର ବିଶୋଦ୍ଧନ କରାଯାଇଅଛି। ପୂର୍ତ୍ତ ବିଭାଗ ପକ୍ଷରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀ ଚତୁଃପାର୍ଶ୍ଵ ଓ ବିଭିନ୍ନ ପାର୍କିଂ ସ୍ଥାନ ମାନଙ୍କରେ ବାରିକେଟ ନିର୍ମାଣ ଓ ମେଳା ପଡିଆରେ ଦୁଇଟି ଅସ୍ଥାୟୀ ୱାଚ ଟାୱାର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି।

Leave a Reply

Your email address will not be published. Required fields are marked *

error: Content is protected !!